ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି । ଆଜିଠୁ ଆହୁରି ୩ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡିଶା ଉପକୂଳରେ ହୋଇଥିବା ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବ। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ବଲାଙ୍ଗୀରରେ ଅତି ପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
0 Comments