Header Ads Widget



BREAKING NEWS

6/recent/ticker-posts

ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ : ୨୯୬ ମୃତ

ଡେସ୍କ : ଆଫ୍ରିକୀୟ ଦେଶ ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ପ୍ରାଥମିକ ଆକଳନ ଅନୁସାରେ ଏଥିରେ ୨୯୬ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଭୂକମ୍ପରେ  ବଡ଼ ବଡ଼ କୋଠା ଥରିବା ସହ ତାସର ଘର ପରି ଭୁଶୁଡ଼ି ପଡିଛି । ଭୟରେ  ଲୋକେ ଭୟରେ ଘରୁ ବାହାରି ରାସ୍ତା ଉପରକୁ ପଳାଇ ଆସିଥିଲେ। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୮ ରେକର୍ଡ କରାଯାଇଛି। ତେବେ ଭୂକମ୍ପର ଭୟାବହତାକୁ ଲକ୍ଷ୍ୟ କଲେ ମୃତ୍ୟୁ ସଂଖ୍ୟା ଯଥେଷ୍ଟ ବୃଦ୍ଧି ପାଇବାର ସମ୍ମାବନା ରହିଛି।


 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଗଭରୀ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି ।

Post a Comment

0 Comments