Header Ads Widget



BREAKING NEWS

6/recent/ticker-posts

ବିଜେଡି ଛାଡ଼ି ବିଜେପି ରେ ଯୋଗ ଦେଲେ ପୂର୍ବତନ କଳାହାଣ୍ଡି ସାଂସଦ ଅର୍କ କେଶରୀ ଦେଓ



                                                                 



ଭୁବନେଶ୍ୱର,  ବିଜେପିରେ ସାମିଲ ହେଲେ ପୂର୍ବତନ କଳାହାଣ୍ଡି ସାଂସଦ ଅର୍କ କେଶରୀ ଦେଓ, ମାଳବିକା ଦେବୀ ଏବଂ ପୂର୍ବତନ ବନ୍ତ ବ୍ଲକ ଅଧ୍ୟକ୍ଷା ରେବତୀ ନାୟକ ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡି ବିଜେପିରେ ସାମିଲ ହେଲେ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀ ସୁଧାଂଶୁ ଶେଖର ନାୟକ .ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମଦନପୁର-ରାମପୁର ରାଜ ପରିବାରର ଶ୍ରୀମତୀ ସଂଯୁକ୍ତା ସିଂହଦେଓ ଏବଂ ତନ୍ମୟ ପ୍ରସାଦ ସିଂହଦେଓ ବିଜେପିରେ ହେଲେ ସାମିଲ .ରାଜ୍ୟ ସଭାପତି ମନମୋହନ ସାମଲ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ କଲେ ସ୍ୱାଗତ


                                                                                    ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କଳାହାଣ୍ଡି ଲୋକସଭାର ପୂର୍ବତନ ସାଂସଦ ଶ୍ରୀ ଅର୍କ କେଶରୀ ଦେଓ ଏବଂ ଶ୍ରୀମତୀ ମାଳବିକା ଦେବୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମଦନପୁର-ରାମପୁର ରାଜ ପରିବାରର ଶ୍ରୀମତୀ ସଂଯୁକ୍ତା ସିଂହଦେଓ ଏବଂ ତନ୍ମୟ ପ୍ରସାଦ ସିଂଦେଓ ମଧ୍ୟ ବିଜେପିରେ ଯୋଗଦାନ କରିଛନ୍ତି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ତଥା କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ଭବାନୀପାଟଣା ବିଧାୟକ ତଥା ପୂର୍ବତନ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ କୁମାର ନାଏକ, ଜିଲ୍ଲା ସଭାପତି ଶ୍ରୀ ଦେବେନ୍ଦ୍ର ମହାନ୍ତି ପ୍ରମୁଖ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ।                                                


                                                            ଦେଶ ତଥା ରାଜ୍ୟର ସାମୁହିକ ବିକାଶ ପାଇଁ ପ୍ରକୃତ ରାଜନୈତିକ ଦଳ ହେଉଛି ଭାରତୀୟ ଜନତା ପାର୍ଟି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ବିଜେପି ସରକାର ଗତ ୯ ବର୍ଷର ଶାସନ କାଳରେ ବହୁ ଗରୀବକଲ୍ୟାଣକାରୀ ଯୋଜନାର ସଫଳ କାର୍ଯ୍ୟାନ୍ୱୟନ ହୋଇଛି । ସାଧାରଣ କାର୍ଯ୍ୟକର୍ତା ଭାବେ ପାର୍ଟିର ସଂଗଠନକୁ ସୁଦୃଢ କରିବା ଏବଂ ବିଜେପିର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ମୋ ବାପା ସ୍ୱର୍ଗତଃ ବିକ୍ରମ କେଶରୀ ଦେଓଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିବା ହେଉଛି ମୋର ପ୍ରାଥମିକତା । ଆଗାମୀ ସାଧାରଣ ନିର୍ବାଚନରେ କେନ୍ଦ୍ରରେ ମୋଦିଜୀଙ୍କ ନେତୃତ୍ୱରେ ସରକାର ଗଠନ ହେବା ସହିତ ରାଜ୍ୟରେ ମଧ୍ୟ ବିଜେପିର ଡବଲ୍ ଇଞ୍ଜିନ ସରକାର ନିଶ୍ଚିତ ହେବ ଶ୍ରୀ ଦେଓ କହିଛନ୍ତି ।

                                                                                              ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ଦୁଇ ଥରର ବ୍ଲକ ଅଧ୍ୟକ୍ଷ ତଥା ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ରେବତୀ ନାୟକ, ବିଶିଷ୍ଟ ଶିକ୍ଷାବିତ୍ ଶ୍ରୀ ସୁଧାଂଶୁ ଶେଖର ନାୟକ ଆଜି ବିଜେଡି ଦଳ ଛାଡି ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗଦାନ କରିଛନ୍ତି । ଏଥିସହ ବନ୍ତ ବ୍ଲକର ପୂର୍ବତନ ବିଜେଡି ସଭାପତି କମଳାକାନ୍ତ ସାହୁ, ପୂର୍ବତନ ସରପଂଚ ରବିନ୍ଦ୍ରନାଥ ପଣ୍ଡା, କୃପାସିନ୍ଧୁ ସେଠୀ, ପୂର୍ବତନ ସମିତି ସଭ୍ୟ ସୁବାଷ ଚନ୍ଦ୍ର ଜେନା, ସୁଜାତା ସେଠୀ, ତିଳୋତମା ଜେନା, ଶୁଭକାନ୍ତ ଜେନା, ବସନ୍ତ କୁମାର ନାୟକ, ପୂର୍ବତନ ସରପଂଚ ସୁବାସ ଚନ୍ଦ୍ର ମଲ୍ଲିକ, ଦିପାଞ୍ଜଳୀ ରାଉତ, ଚିନ୍ତାମଣି ମିଶ୍ର, ସୁଧିର କୁମାର ନାୟକ, କୌଳାଶଚନ୍ଦ୍ର ଧଳ, ବୈକୁଣ୍ଠ ଚରଣ ନାଥ, ଧରଣୀଧର ପଲ୍ଲୀ, ରବିଦ୍ର ସାହୁ, ଜଗନ୍ନାଥ ଜେନା ପ୍ରମୁଖ ନିଜ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ବିଜେପିରେ ଯୋଗଦାନ କରିଛନ୍ତି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ କାର୍ଯ୍ୟକ୍ରମ ଓ ବିଜେପିର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସାମିଲ ହୋଇଥିବା ସମସ୍ତ ସଦସ୍ୟଙ୍କୁ ରାଜ୍ୟ ସଭାପତି ଶ୍ରୀ ସାମଲ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ ।

                                                       


     ରାଜ୍ୟରେ ଗଣତନ୍ତ୍ର ବ୍ୟବସ୍ଥା ସଂପୂର୍ଣ୍ଣ ଭୁଷୁଡି ପଡିଛି । ବ୍ୟାପକ ଦୁର୍ନୀତି ଓ ଭ୍ରଷ୍ଟାଚାର ରାଜ୍ୟର ବିକାଶରେ ବଡ ବାଧକ ସାଜିଛି । ମୋଦି ସରକାରଙ୍କ ଉପରେ ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଆଗାମୀ ଦିନରେ ଓଡିଶାରେ ମଧ୍ୟ ଭାରତୀୟ ଜନତା ପାର୍ଟି ନିଶ୍ଚିତ ଭାବେ ଡବଲ୍ ଇଂଜିନ ସରକାର ଗଠନ କରିବ । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ ବୋଲି ରାଜ୍ୟ ସଭାପତି ଶ୍ରୀ ସାମଲ କହିଛନ୍ତି ।

ଏହି ମିଶ୍ରଣ ପର୍ବ ଅବସରରେ ବିଧାୟକ ସୂର୍ଯ୍ୟବଂଶୀ ସୁରଜ, ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ସଂପାଦକ ଅଭିମନ୍ୟୁ ସେଠୀ ଓ ସରୋଜ କର, ଭଦ୍ରକ ଜିଲ୍ଲା ସଭାପତି ହେମନ୍ତ ପାଢୀ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।




Post a Comment

0 Comments