Header Ads Widget



BREAKING NEWS

6/recent/ticker-posts

ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ' ।

     

 ପୁରୀ :ସାକ୍ଷୀଗୋପାଳ : ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାକାଳ ସଠିକ ଉତ୍ତର ଦେଇ ଭଲଭାବେ କଥା କହି ପାରିନଥିବା ୨୦ ମାସ ବୟସର ଶିଶୁ କନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇବାକୁ ସକ୍ଷମ ହୋଇଛନ୍ତି । ବିଭିନ୍ନ ପ୍ରଜାତିର ୧୯ ଟି ବନ୍ୟଜନ୍ତୁ, ୧୭ ଗୃହପାଳିତ ପଶୁ, ୧୩ ପକ୍ଷୀ, ୧୮ ପ୍ରକାର ପନିପରିବା, ୨୦ ଟି ଯାନବାହାନ, ୨୬ ଟି ଇଂରାଜୀ ଅକ୍ଷର ଓ ବ୍ୟବହୃତ ଶଦ୍ଦାବଳି,  ଭିନ୍ନ ଭିନ୍ନ ପ୍ରକାରର ୨୦ ଟି ଫଳ, ମଣିଷ ଶରୀରର ୧୪ ଟି ଅଙ୍ଗ ପ୍ରତ୍ୟଙ୍ଗ ଚିହ୍ନିତ କରିବା ସଙ୍ଗେ ସଙ୍ଗେ ୫ ଟି ସାଧାରଣ ଜ୍ଞାନ ର ତତକ୍ଷଣାତ୍ ସଠିକ ଉତ୍ତର ଦେବାରେ ସଫଳ ହୋଇଛନ୍ତି। 
       
ଏହି କୃତିତ୍ବ ପାଇଁ ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ର ମୁଖ୍ୟ ସମ୍ପାଦକ ଡଃ ବିଶ୍ବରୁପ ରାୟ ଚ୍ୟୈଧୁରୀ ଶିଶୁ ଟିକୁ ଚଳିତ ମାସ ୧୪ ତାରିଖ ରେ ପ୍ରମାଣପତ୍ର ଓ ପଦକ ପ୍ରଦାନ କରି ଉତ୍ସାହିତ କରିଛନ୍ତି। ସତ୍ୟବାଦୀ ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମର କୁନିଝିଅ ଶ୍ରେୟାଶଂ ର ମାତା ତପସ୍ବୀନ ପଣ୍ଡା ଓ ପିତା ଶିବଶଙ୍କର ପଣ୍ଡା ଙ୍କ ପରିବାରରେ ଏଥିପାଇଁ ଖୁସିର ଲହରୀ ଖେଳିଯାଇଛି।   
         
ପୁରୀ ସହରରେ ରହୁଥିବା ଏହି ପରିବାରକୁ ବିଭିନ୍ନ ମହଲରୁ ଶିଶୁ ଟିର ଉଜ୍ଜ୍ୱଳ ଭବିଷ୍ୟତ କାମନା କରି ଶୁଭେଚ୍ଛା ପହଞ୍ଚିବାରେ ଲାଗିଛି।

Post a Comment

0 Comments