ପୁରୀ : ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଆଜି ସତ୍ୟବାଦୀ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ଡ .ଶରତ ଚନ୍ଦ୍ର ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୫୫ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୪୮ ଗୋଟି ବ୍ୟକ୍ତିଗତ,୫ ଗୋଟି ଗ୍ରାମ ସମ୍ବନ୍ଧୀୟ,ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ସମ୍ପର୍କରେ ୨ଟି ଅଭିଯୋଗ ରହିଥିଲା।ତତକ୍ଷଣାତ ୨ ଗୋଟି ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ଅତିରିକ୍ତ ଏସ ପି ସ୍ୟୌମ୍ୟ ରଞ୍ଜନ ମଲ୍ଲିକ, ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ, ସତ୍ୟବାଦୀ ବିଡ଼ିଓ ଦେବାଶିଷ ନାୟକ, ତହସିଲଦାର ସନ୍ତୋଷ କୁମାର ପାଣିଗ୍ରାହୀ,ଡେପୁଟି କଲେକ୍ଟର ଅନୁସ୍ରବ ଗନ୍ତାୟତ,ଭାରପ୍ରାପ୍ତ ଅଭିଯୋଗ ଶୁଣାଣୀ ଅଧିକାରୀ ପଞ୍ଚାନନ ପରିଜା ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।


.jpg)
0 Comments