Header Ads Widget



BREAKING NEWS

6/recent/ticker-posts

ନୂଆ ଶିକ୍ଷା ବର୍ଷ ପାଇଁ ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’: ଅଭିଭାବକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପତ୍ର ବଣ୍ଟନ।

ପୁରୀ: ୨୬/୦୩/୨୬ : ରାଜ୍ୟ ସରକାରଙ୍କ ନୂତନ ଶିକ୍ଷା ନୀତି ଅନୁଯାୟୀ, ଆସନ୍ତା ଅପ୍ରେଲ ୨ ତାରିଖରେ ସମଗ୍ର ଜିଲ୍ଲାରେ ଶିଶୁ ବାଟିକା ଓ ପ୍ରଥମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ‘ପ୍ରବେଶ ଉତ୍ସବ’ ଏବଂ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ କୁନି କୁନି ପ୍ରାଥମିକ ଶିକ୍ଷାର୍ଥୀମାନଙ୍କୁ ସ୍ୱାଗତ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସ୍ୱାକ୍ଷରିତ ସ୍ୱତନ୍ତ୍ର ନିମନ୍ତ୍ରଣ ପତ୍ର ଅଭିଭାବକମାନଙ୍କୁ ପ୍ରଦାନ କରାଯାଇଛି।
ଆଜି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ (DIPRO) ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ (DEO) ମିଳିତ ଭାବେ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଅଭିଭାବକମାନଙ୍କୁ ଏହି ନିମନ୍ତ୍ରଣ ପତ୍ର ହସ୍ତାନ୍ତର କରିଛନ୍ତି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀଙ୍କୁ ଆକୃଷ୍ଟ କରିବା ଏବଂ ଶିକ୍ଷାର ପ୍ରାରମ୍ଭିକ ପର୍ଯ୍ୟାୟକୁ ଏକ ଉତ୍ସବ ଭାବେ ପାଳନ କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ।
ଅପ୍ରେଲ ୨ ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗଦେଇ ନିଜ ପିଲାଙ୍କ ଶିକ୍ଷା ଜୀବନର ଶୁଭାରମ୍ଭ କରିବାକୁ ଜିଲ୍ଲା ପ୍ରଶାସନ ତରଫରୁ ଅନୁରୋଧ କରାଯାଇଛି।

Post a Comment

0 Comments